ଓଡିଶା

ଧରାକୋଟ ରେ ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି* 

ଭଞ୍ଜନଗର,୧୬/୬,ଧରାକୋଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଚ୍ଚିଦାନନ୍ଦ ନାୟକ, ଗଞ୍ଜାମ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସମୀର କୁମାର ଜେନା , ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ବେହେରା, ଆରକ୍ଷୀ ଅଧୀକ୍ଷକ ଶ୍ରୀ ହରିଶ ବି.ସି, ମୋଟ ୧୪୪ଟି ଅଭିଯୋଗର ଶୁଣାଣୀ କରିଥିଲେ । ୨୨ଟି ଅଭିଯୋଗର ସମାଧାନ ଶିବିରରେ କରାଯାଇଥିବା ବେଳେ ଅନ୍ଯ ଅଭିଯୋଗର ତ୍ବରିତ୍ ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ରେଡକ୍ରସ୍ ପାଣ୍ଠିରୁ ୪ଜଣ ବ୍ଯକ୍ତି ଙ୍କୁ ଆର୍ଥିକ ସହାୟତା ୩୦,୦୦୦ ଟଙ୍କା, ୩ ଜଣ ଦିବ୍ୟାଙ୍ଗ ଙ୍କୁ ତିନି ଚକିଆ ସାଇକେଲ , ନୂତନ ବାର୍ଦ୍ଧକ୍ୟ ପେନସନ ୧୦ ଜଣଙ୍କୁ ଓ ନୂତନ ରାସନ କାର୍ଡ ୧୧ ଜଣଙ୍କୁଯୋଗାଇ ଦିଆଯାଇଥିଲା , ସ୍ଥାନୀୟ ଜନସାଧାରଣ ଶିକ୍ଷା,କୃଷି, ସ୍ବାସ୍ଥ୍ଯ, ଭତ୍ତା, ଖାଦ୍ଯ ସୁରକ୍ଷା, ଗୃହ ନିର୍ମାଣ, ଜିବିକା ମିଶନ୍, ରାଜସ୍ବ, ଜମିଜମା ସମ୍ବନ୍ଧୀୟ ବିଭିନ୍ନ ସମସ୍ଯା ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଅବଗତ କରିଥିଲେ । ଏହି ଶିବିରରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଭାରପ୍ରାପ୍ତ ଗୋଷ୍ଟି ଉନ୍ନୟନ ଅଧିକାରୀ ତୃପ୍ତି ମୟୀ ଜେନା , ତହସିଲଦାର ଶ୍ରୀ ଲମ୍ବୋଦର ମାରାଣ୍ଡି , ସମସ୍ତ ପ୍ରଶାସନ ତଥା ସରକାରୀ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଧରାକୋଟ ପଞ୍ଚାୟତ ସମିତି କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ଜନଶୁଣାଣୀ ପରିଚାଳନାରେ ସହଯୋଗ କରିଥିଲେ।

 

Related Articles

Leave a Reply

Your email address will not be published. Required fields are marked *

Back to top button