ଓଡିଶା

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ବିଧାୟକ ପ୍ରଦ୍ୟୁମ୍ନ ନାୟକ

ଭଞ୍ଜନଗର ୦୬/୦୮:ଗଞ୍ଜାମ ଜିଲ୍ଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାପନାର ୧୬ ବର୍ଷ ପରେ ପ୍ରଥମ ଥର ପାଇଁ ବିଦ୍ୟାଳୟ ପରିସରରେ ପ୍ରତିଷ୍ଠା ଦିବସ ଆଡ଼ମ୍ବରପୂର୍ଣ୍ଣ ଭାବେ ପାଳିତ ହୋଇଯାଇଛି। ଏହି ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ୩୩ କୋଟିରୁ ଅଧିକ ଟଙ୍କା ଅନୁମୋଦିତ ହୋଇସାରିଛି। ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆହୁରି ଅଧିକ ଶ୍ରେଣୀ ଗୃହ ନିର୍ମାଣ କରାଯିବ,ଯାହାଫଳରେ ବ୍ୟୟ ଅଟକଳ ବୃଦ୍ଧି ପାଇଛି। ଅତିଶୀଘ୍ର ଏହାର ଟେଣ୍ଡର ପ୍ରକ୍ରିୟା ଶେଷ ହୋଇ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଶିକ୍ଷା, କ୍ରୀଡ଼ା, କଳା ଓ ଅନ୍ୟାନ୍ୟ ସହ-ପାଠ୍ୟକ୍ରମ କ୍ଷେତ୍ରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଞ୍ଚଳ ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ବୋଲି ବିଧାୟକ ପ୍ରଶଂସା କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦେଶ ବିଜ୍ଞାନ ଓ ପ୍ରତିରକ୍ଷା ଆଦି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେଉଥିବା ବେଳେ କେନ୍ଦ୍ରୀୟ ବିଦ୍ୟାଳୟଗୁଡ଼ିକ ଗୁଣାତ୍ମକ ଶିକ୍ଷା ଦାନରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ବୋଲି ସେ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ଗଗନ ବିହାରୀ ପୁରୋହିତ, ଡେପୁଟି କଲେକ୍ଟର ସି.ଏଚ୍‌ ଗାୟତ୍ରୀ ଏବଂ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କର ଭଞ୍ଜନଗର ମୁଖ୍ୟ ପରିଚାଳକ ହୃଷୀକେଶ ବେହେରା ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁ, ଶିକ୍ଷକ-ଶିକ୍ଷୟିତ୍ରୀ, ଅଭିଭାବକ, ସ୍ଥାନୀୟ ବୁଦ୍ଧିଜୀବୀ ଓ ଛାତ୍ରଛାତ୍ରୀମାନେ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ। ଏହି ଅବସରରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Related Articles

Leave a Reply

Your email address will not be published. Required fields are marked *

Back to top button