କୁଲାଡ଼ ସରସ୍ବତୀ ଶିଶୁ ମନ୍ଦିରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଭଞ୍ଜନଗର / କୁଲାଡ଼ ୧୬/୦୮:କୁଲାଡ଼ ସ୍ଥିତ ସରସ୍ବତୀ ଶିଶୁ ମନ୍ଦିର ପରିସରରେ ଆଡ଼ମ୍ବର ସହକାରେ ୮୦ତମ ସ୍ୱାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଆଚାର୍ଯ୍ୟ, ଆଚାର୍ଯ୍ୟା ଓକର୍ମଚାରୀମାନେ ଉତ୍ସାହର ସହ ଭାଗ ନେଇଥିଲେ।ଏହି ସ୍ୱାଧୀନତା ଦିବସ ସମାରୋହରେ ଶ୍ରୀଯୁକ୍ତ ସିମାଞ୍ଚଳ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ ଏବଂ ଦେଶପ୍ରେମ ଓ ସ୍ୱାଧୀନତା ସଂଗ୍ରାମୀଙ୍କ ବଳିଦାନ ସମ୍ପର୍କରେ ଆଲୋକପାତ କରିଥିଲେ। ଏଥି ସହିତ ଶ୍ରୀଯୁକ୍ତ ପ୍ରଦୀପ କୁମାର ପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିଶୁମାନଙ୍କୁ ସୁନାଗରିକ ହେବା ପାଇଁ ପ୍ରେରଣାଦାୟୀ ବକ୍ତବ୍ୟ ପ୍ରଦାନ କରିଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିତ୍ୟାନନ୍ଦ ସାହୁଙ୍କ ସଭାପତିତ୍ୱ ଓ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପାଦିତ ହୋଇଥିଲା। କାର୍ଯ୍ୟକ୍ରମ ଶେଷରେ ଉପସ୍ଥିତ ସମସ୍ତ ଛାତ୍ରଛାତ୍ରୀ, ଅତିଥି ଓ ଅଭିଭାବକମାନଙ୍କ ମଧ୍ୟରେ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।
ଏହି ଉତ୍ସବକୁ ସଫଳ କରିବାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅନ୍ୟାନ୍ୟ କର୍ମଚାରୀମାନେ ପୂର୍ଣ୍ଣ ସହଯୋଗ କରିଥିଲେ
ଗଞ୍ଜାମ ରୁ ରଂଜିତ ଜେନା ଙ୍କ ରିପୋର୍ଟ ଶ୍ରୀ ନ୍ୟୁଜ



