ଓଡିଶା

ରାକୋଟରେ ମରଣାନ୍ତକ ଆକ୍ରମଣ: ଶୂନଶାନ ରାସ୍ତାରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣିଲେ ୩ ଦୁର୍ବୃତ୍ତ  

ଧରାକୋଟ (ରଂଜିତ ଜେନା ୨୯/୯):ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅନ୍ତର୍ଗତ କମାଶାସନ-ଗୌଡ଼ଗୋଠ ନିଛାଟିଆ ରାସ୍ତାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୂନାସାନ ରାସ୍ତାର ସୁଯୋଗ ନେଇ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି।  ମିଳିଥିବା ସୂଚନା ମୁତାବକ, ଉକ୍ତ ଯୁବକଜଣକ ବାଇକ ଯୋଗେ ନିଜ ଗନ୍ତବ୍ୟ ସ୍ଥଳକୁ ଯାଉଥିବା ସମୟରେ, ପୂର୍ବରୁ ଛକି ରହିଥିବା ୩ ଜଣ ଦୁର୍ବୃତ୍ତ ତାଙ୍କୁ ହଠାତ୍ ଅଟକାଇଥିଲେ। କିଛି ବୁଝିବା ପୂର୍ବରୁ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ର ସାହାଯ୍ୟରେ ତାଙ୍କ ଉପରକୁ ଆକ୍ରମଣ କରି ଗୁରୁତର ଆଘାତ ପହଞ୍ଚାଇଥିଲେ।  ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଏହି ସଂଘବଦ୍ଧ ଆକ୍ରମଣ ହୋଇଥିବା ପ୍ରାଥମିକ ଅନୁସନ୍ଧାନରୁ ସନ୍ଦେହ କରାଯାଉଛି। ଘଟଣା ସମ୍ପର୍କରେ ଖବର ପାଇ ଧରାକୋଟ ଥାନା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ପଠାଇଛି। ଏହା ସହ ପୋଲିସ ଏକ ମାମଲା ରୁଜୁ କରି ସମ୍ପୃକ୍ତ ୩ ଦୁର୍ବୃତ୍ତଙ୍କୁ ଧରିବା ପାଇଁ ଛାନଭିନ୍ ଓ ତଦନ୍ତ ପ୍ରକ୍ରିୟା ଜୋରଦାର କରିଛି।

Related Articles

Leave a Reply

Your email address will not be published. Required fields are marked *

Back to top button